Masthead

କରୋନା ଟେଷ୍ଟରେ ଓଡ଼ିଶାର ରେକର୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଟେଷ୍ଟରେ ଓଡ଼ିଶାର ରେକର୍ଡ । କୋଭିଡ୍ ଟେଷ୍ଟରେ ମାଇଲଖୁଣ୍ଟ ସ୍ଥାପନ କରିଛି ଓଡ଼ିଶା । ରାଜ୍ୟରେ ୧.୫ କୋଟିରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ସ୍ୱାସ୍ଥ୍ୟକର୍ମୀଙ୍କ ଅକ୍ଲାନ୍ତ ପରିଶ୍ରମ ଓ ଅଧିକ ଟେଷ୍ଟିଂ ଓଡ଼ିଶାକୁ କୋଭିଡ୍ ବିରୋଧୀ ଯୁଦ୍ଧରେ ଶକ୍ତିଶାଳୀ କରିଛି । ରାଜ୍ୟରେ ଦୈନିକ ୭୦ ହଜାରରୁ ଅଧିକ କୋଭିଡ୍ ଟେଷ୍ଟିଂ ହେଉଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୧୫ଟି ସଂକ୍ରମିତ ମାମଲା ଆସିଥିବା ବେଳେ ୨୪୦୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୧ ହଜାର ୨୮୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । କୋଭିଡରେ ୫ ହଜାର ୫୮ ଜଣ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ