Masthead

ଓବିସିଙ୍କ ସାମାଜିକ ଶିକ୍ଷାଗତ ସ୍ଥିତିକୁ ନେଇ ହେବ ସର୍ଭେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ଓବିସି ସର୍ଭେ । ଏନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯାଇଛି । ବିଏମସି, ବିଭିନ୍ନ ପୌରାଞ୍ଚଳ ଓ ବ୍ଲକର ଅଧିକାରୀଙ୍କ ପକ୍ଷରୁ ପ୍ରଶିକ୍ଷଣ ଦିଆଯାଇଛି । ମେ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ସର୍ଭେ । ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତିକୁ ନେଇ ୨୦ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ସର୍ଭେ କରାଯିବ । ଓଡ଼ିଶା ସରକାରଙ୍କ ଦ୍ୱାରା ଅଧିସୂଚୀତ ପଛୁଆ ବର୍ଗର ଲୋକଙ୍କୁ ନେଇ ସର୍ଭେ କରାଯିବ । ଉଭୟ ଅନଲାଇନ ଓ ଅଫଲାଇନରେ ତଥ୍ୟ ଦାଖଲ କରିହେବ । ଓବିସି କମିଶନଙ୍କ ୱେବସାଇଟରେ ଅନଲାଇନ୍ ଏବଂ ଅଙ୍ଗନୱାଡି ଓ ସ୍କୁଲ ଘରେ ଖୋଲିଥିବା ଏନୁମରେଟର କେନ୍ଦ୍ରରେ ଅଫଲାଇନରେ ତଥ୍ୟ ଦାଖଲ କରିପାରିବେ ।

ଏଥିରେ ଅଙ୍ଗନବାଡି କର୍ମୀ ଓ ଶିକ୍ଷକ ଏନୁମରେଟର ଭାବେ ନିୟୋଜିତ ହେବେ । ସୁରପଭାଇଜରଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି । ମେ ୨୧ରୁ ୨୭ ଯାଏ ହେବ ସ୍ପେଶାଲ ଡ୍ରାଇଭ । ଜୁନ ୬ରେ ଡ୍ରାଫ୍ଟ ପବ୍ଲିକେସନ କରି ଗ୍ରହଣ କରାଯିବ ଆପତ୍ତି ଅଭିଯୋଗ । ଜୁଲାଇ ୧୨ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତଥ୍ୟ । ଭୁବନେଶ୍ୱରରେ ମୋଟ ୧୦୧ଟି କେନ୍ଦ୍ରରେ ସର୍ଭେ କରାଯିବ । ୨୦୨୦ ମସିହାରେ ଓବିସି କମିଶନ ଗଠନ କରାଯାଇଥିଲା । ୨୦୨୧ରେ ପଛୁଆବର୍ଗ ସର୍ଭେ କରିବାକୁ ଚାହିଁଥିଲେ ବି କୋଭିଡ ଯୋଗୁ ସମ୍ଭବ ହୋଇପାରିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା