Masthead

ବଢିଲା ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢିଲା ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା । ଆଉଟସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ମିଳିବ ବୋଲି ନିର୍ଦ୍ଦେଶ ରହିଛି । କର୍ମଚାରୀମାନେ ଯେଭଳି ଭାବେ ମାସ ଶେଷକୁ ପାରିଶ୍ରମିକ ଠିକ୍ ହିସାବରେ ପାଇବେ, ଏହା ସୁନିଶ୍ଚିତ କରିବାକୁ ସରକାର ବ୍ୟବସ୍ଥା ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ଆଉଟସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସେହିପରି ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍‌ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମହିଳା କର୍ମଚାରୀଙ୍କ କ୍ଷେତ୍ରରେ ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ୟ୍ୟନ୍ତ ୧୨୦ ଦିନର ମାତୃତ୍ବ ଛୁଟି ନେଇପାରିବେ । ଆଉଟସୋର୍ସିଂ କର୍ମଚାରୀ ତଥା ସର୍ଭିସ ପ୍ରୋଭାଇଡର ଏଜେନ୍ସିଙ୍କ ଅଭିଯୋଗ ଶୁଣାଣି ପାଇଁ ପ୍ରତି ବିଭାଗରେ ଜଣେ ଲେଖାଏଁ ନୋଡାଲ ଅଫିସର ରହିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସରକାର। ସେମାନଙ୍କ ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI  ଆପ୍ଲିକେସନ୍‌ ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ। ସେହିପରି ଯେଉଁ ଆଉଟସୋର୍ସିଂ କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ। ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରୋଭାଇଡିଂ ଏଜେନ୍ସିମାନଙ୍କ ସହିତ ସପ୍ଲିମେଣ୍ଟାରୀ ଏଗ୍ରିମେଣ୍ଟ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା