Masthead

ଆଇପିଏସ୍‌ ରାଜେଶ ପଣ୍ଡିତଙ୍କ ବିରୋଧରେ ଚାର୍ଜସିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କ ପାଇଁ ବଢିଲା ଅଡୁଆ। ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ରାଜେଶଙ୍କ ପାଇଁ ବଢିଲା ଅଡୁଆ । ତାଙ୍କୁ ଗୃହ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଭାଗ ତାଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ କରିଛି। ୩୦ ଦିନ ମଧ୍ୟରେ ନିଜର ପକ୍ଷ ରଖିବାକୁ ଗୃହ ବିଭାଗ ରାଜେଶଙ୍କୁ ନୋଟିସ କରିଛି। ତାଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ ଆସିଛି ସେସବୁର ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି ।

ନିର୍ଦ୍ଧାରିତ ସମୟ ଭିତରେ ପକ୍ଷ ନ ରଖିଲେ ଏକ ପାଖିଆ ନିଷ୍ପତ୍ତି ନେଇ ଗୃହ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ନୋଟିସରେ ଦର୍ଶାଯାଇଛି। ସୂଚନାଥାଉ କି, ଜୁଲାଇ ୨୭ ତାରିଖ ରାତିରେ ଆଇପିଏସ ରାଜେଶ ପଣ୍ଡିତ ଜଣେ ମହିଳା ଆଇଆଇସିଙ୍କ ଘରକୁ ଯାଇ ଦୁର୍ବ୍ୟବହାର କରିଥିଲେ। ମହିଳା ଆଇଆଇସିଙ୍କ ସ୍ବାମୀଙ୍କୁ ମାଡ଼ ମାରିବା ନେଇ ଅଭିଯୋଗ ହୋଇଥିଲା । ଘଟଣା ଜଣା ପଡିବା ପରେ ଆଇପିଏସ ରାଜେଶ ପଣ୍ଡିତଙ୍କୁ ନିଲମ୍ବିତ କରିଥିଲେ ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା