ଆଇପିଏସ୍‌ ରାଜେଶ ପଣ୍ଡିତଙ୍କ ବିରୋଧରେ ଚାର୍ଜସିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କ ପାଇଁ ବଢିଲା ଅଡୁଆ। ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ରାଜେଶଙ୍କ ପାଇଁ ବଢିଲା ଅଡୁଆ । ତାଙ୍କୁ ଗୃହ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଭାଗ ତାଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ କରିଛି। ୩୦ ଦିନ ମଧ୍ୟରେ ନିଜର ପକ୍ଷ ରଖିବାକୁ ଗୃହ ବିଭାଗ ରାଜେଶଙ୍କୁ ନୋଟିସ କରିଛି। ତାଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ ଆସିଛି ସେସବୁର ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି ।

ନିର୍ଦ୍ଧାରିତ ସମୟ ଭିତରେ ପକ୍ଷ ନ ରଖିଲେ ଏକ ପାଖିଆ ନିଷ୍ପତ୍ତି ନେଇ ଗୃହ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ନୋଟିସରେ ଦର୍ଶାଯାଇଛି। ସୂଚନାଥାଉ କି, ଜୁଲାଇ ୨୭ ତାରିଖ ରାତିରେ ଆଇପିଏସ ରାଜେଶ ପଣ୍ଡିତ ଜଣେ ମହିଳା ଆଇଆଇସିଙ୍କ ଘରକୁ ଯାଇ ଦୁର୍ବ୍ୟବହାର କରିଥିଲେ। ମହିଳା ଆଇଆଇସିଙ୍କ ସ୍ବାମୀଙ୍କୁ ମାଡ଼ ମାରିବା ନେଇ ଅଭିଯୋଗ ହୋଇଥିଲା । ଘଟଣା ଜଣା ପଡିବା ପରେ ଆଇପିଏସ ରାଜେଶ ପଣ୍ଡିତଙ୍କୁ ନିଲମ୍ବିତ କରିଥିଲେ ରାଜ୍ୟ ସରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ