Masthead

ଶକ୍ତି ଓ ଉପକୂଳର ସୁରକ୍ଷା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାତ୍ୟା ‘ୟାଶ୍’ର ସମୀକ୍ଷା ବୈଠକ ଶେଷ ହୋଇଛି। ଏହି ସମୀକ୍ଷା ବୈଠକରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ମୁକାବିଲା ପାଇଁ ଏହି ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଛନ୍ତି । ବିଶେଷ କରି ବନ୍ୟା ବାତ୍ୟା ସମୟରେ ଯେଭଳି ଶକ୍ତି କ୍ଷେତ୍ରର ଭିତ୍ତିଭୂମି ନଷ୍ଟ ନହେବ ସେ ଦିଗରେ ଉନ୍ନତ ଜ୍ଞାନ କୌଶଳ ପାଇଁ ଅନୁଦାନ ଯୋଗାଇଦେବାକୁ ଦାବି କରିଛନ୍ତି। ସେହିପରି ଓଡ଼ିଶାରେ ୪୮୦ କିଲୋମିଟର ସମୁଦ୍ର ଉପକୂଳ ରହିଛି । ନଦୀ ଗୁଡ଼ିକୁ ମିଶାଇ ପ୍ରାୟ ୧୬ଶହ କିଲୋମିଟର ଅଂଚଳରେ ଉପକୂଳର ସୁରକ୍ଷା ଜରୁରୀର ଆବଶ୍ୟକତା ରହିଛି । ତେଣୁ ସମୁଦ୍ର ଜୁଆରରୁ ଏସବୁ ଅଂଚଳକୁ ସୁରକ୍ଷା ଦେବା ପାଇଁ  ଦୀର୍ଘକାଳୀନ ବ୍ୟବସ୍ଥା କରିବାକୁ ଦାବି କରାଯାଇଛି।

ସମୀକ୍ଷା ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା। ସ୍ୱତନ୍ତ୍ର ରିଲିଫ୍ କମିଶନର କହିଛନ୍ତି, ବାତ୍ୟା ନେଇ ରାଜ୍ୟ ସରକାର ବର୍ତ୍ତମାନ ଆଉ କିଛି ଦାବି କରି ନାହାନ୍ତି। ଏବେ ଯାହା ଦରକାର ଆମେ ତାକୁ ମ୍ୟାନେଜ କରିନେବୁ। ଆଗାମୀ ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି