Masthead

ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଓଡ଼ିଶା, ଆହୁରି ୧୫ ଦିନ ଜାଳିବ ତାତି ପ୍ରକୋପ । ୪୪ ଡିଗ୍ରିରେ ଜଳୁଛି ଝାରସୁଗୁଡ଼ା ଓ ତାଳଚେର । ୮ ସହର ତାପମାତ୍ରା ୪୩ ଡିଗ୍ରି ଉପରେ । ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ । ଆସନ୍ତା ଦୁଇ ସପ୍ତାହ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିବନି ତ୍ରାହି । ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆଜି ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, କେନ୍ଦୁଝର, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରାଇଛି ପାଣିପାଗ ବିଭାଗ । ବଲାଙ୍ଗୀର, ସମ୍ବଲପୁର ଓ କନ୍ଧମାଳରେ ଅତ୍ୟଧିକ ଗରମ ଯୋଗୁଁ ରାତି ତାପମାତ୍ରା ମଧ୍ୟ ଉତ୍ତପ୍ତ ରହିବା ଏଣୁ ଏହି ତିନି ଜିଲ୍ଲା ପାଇଁ ରାତିରେ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ତା’ପରେ ୨-୩ ଦିନ ଡିଗ୍ରୀ କମିପାରେ । ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ଗଞ୍ଜାମ, ଗଜପତି, ରାୟଗଡ଼ାରେ ହିଟ୍ ୱେଭ ସ୍ଥିତି ରହିବ । ବଲାଙ୍ଗୀର, ସମ୍ବଲପୁର, କନ୍ଧମାଳରେ ରାତିରେ ବି ଗରମ ଅସ୍ୱାଭାବିକ ସ୍ଥିତି ସୃଷ୍ଟି କରିପାରେ । ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ କାଳବୈଶାଖୀ ସମ୍ଭାବନା ଅଛି । ୨୫ରୁ ନିୟମିତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ । ମାତ୍ର ବିସ୍ତୃତ ଅଞ୍ଚଳରେ ବଡ଼ ବର୍ଷା ସମ୍ଭାବନା କମ୍ । ୨୪ ତାରିଖ ପଶ୍ଚିମରେ ପାରଦ ୪୫ ଡିଗ୍ରୀ ଛୁଇଁବା ସହ ଭୁବନେଶ୍ୱର ୪୩ ଡିଗ୍ରୀରେ ପହଞ୍ଚିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ