Masthead

ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।

୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ୟ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ