Masthead

ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ତୈଲ ଦର ବୃଦ୍ଧି ପ୍ରତିବାଦରେ ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ । ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବନ୍ଦ ପାଳନ ହେବ । ପେଟ୍ରୋଲ୍ , ଡିଜେଲ୍ , ରନ୍ଧନ ଗ୍ୟାସ୍ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଳାଇଛନ୍ତି ବାମପନ୍ଥୀ ଦଳ। କଂଗ୍ରେସ ଓ ଅଖିଳ ଭାରତୀୟ ଛାତ୍ରସଂଘ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି । ଓଡ଼ିଶା ବନ୍ଦକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଳାପାଳଙ୍କୁ ଚିଠି ଲେଖାଯାଇଛି ।

ବନ୍ଦ ପାଳନ ସମୟରେ ଆଇନ ଶୃଙ୍ଖଳା ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଗୃହ ସଚିବ ସନ୍ତୋଷ ବାଲା ଚିଠିରେ ଉଲ୍ଲେଖ କରିଛନ୍ତି । ବନ୍ଦ ପାଳନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ, ମାର୍କେଟ୍ , କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସରକାରୀ କାର୍ଯ୍ୟାଳୟ, କୋର୍ଟ, ପେଟ୍ରୋଲ୍ ପମ୍ପ, ବ୍ୟାଙ୍କ, ଆର୍ଥିକ ଅନୁଷ୍ଠାନ ଗୁଡ଼ିକ ବନ୍ଦ ରହିପାରେ । ସେହିପରି ରେଳ ଚଳାଚଳ ମଧ୍ୟ ପ୍ରଭାବିତ ହୋଇପାରେ । ତେବେ ବନ୍ଦ ପାଳନ ସମୟରେ ଜରୁରୀ କାଳୀନ ବ୍ୟବସ୍ଥା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା