ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ, ଆଉ ୨ମାସ ସତର୍କ ରହିବାକୁ ନବୀନଙ୍କ ନିବେଦନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା କଟକଣା ପାଇଁ ବନ୍ଧଥିବା ଧର୍ମାନୁଷ୍ଠାନ,ଦୋକାନ,ବଜାର ଆଦି ସ୍ୱାଭାବିକ ହୋଇଗଲାଣି । ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ନିସ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ତେଣୁ ଆଉ ୨ମାସ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ଆଜି ରାଜ୍ୟରେ କୋଭିଡ ସ୍ଥିତି ଓ ଟିକାକରଣ ସଂପର୍କରେ ସମୀକ୍ଷାକରି ମୁଖ୍ୟମନ୍ତ୍ରୀ କହିଛନ୍ତି ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ୱିତୀୟ ପର୍ୟ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍‌ଡାଉନ ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହ କୋଭିଡ ଗାଇଡଲାଇନ ପାଳନ କରି ଚଳିବାକୁ ପଡିବ ।

ସେ ଆହୁରି ମଧ୍ୟ କହିଛନ୍ତି କୋଭିଡ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି। ଏହି ଟିକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ । ଟିକାକରଣ ପାଇଁ ଓଡ଼ିଶା ସଂପୂର୍ଣ୍ଣ ପ୍ରସ୍ତୁତ ତେଣୁ ଟିକା ସମ୍ପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ଗୁରୁତ୍ୱ ଦିଆଯିବ । ଟିକାକରଣ ଚଳିତ ବର୍ଷର ସବୁଠାରୁ ବଡ଼ କାର୍ୟ୍ୟକ୍ରମ ହେବ। ତେଣୁ ଏହାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ।

ଅନ୍ୟପକ୍ଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ଭଲ ସ୍ଥିତିରେ ଅଛି। ଜୀବନଜୀବିକା କାର୍ୟ୍ୟକ୍ରମକୁ ଅଧିକ ତ୍ୱରାନ୍ୱୀତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ