Masthead

ଆସୁଛି କାଳବୈଶାଖୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଆଜି ବି ହିଟ୍ ୱେଭ୍‌ କଣ୍ଡିସନ୍‌ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଶୁକ୍ରବାର ଠାରୁ ରାଜ୍ୟରେ ହ୍ରାସ ପାଇପାରେ ଗ୍ରୀଷ୍ମ ପ୍ରବାହ।

ଭାରତୀୟ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ତାତି ହ୍ରାସ ପାଇବାର ସମ୍ଭାବନା ରହିଛି। ଶୁକ୍ରବାର ଠାରୁ କାଳବୈଶାଖୀ ବର୍ଷା ହେବାର ଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ ତାତି ହେଉଛି। ସମୁଦ୍ରରୁ ଯଥେଷ୍ଟ ପରିମାଣର ବାୟୁ ଆସୁ ନଥିବାରୁ ତାତି ବଢ଼ୁଛି । ଆଇଏମଡି ଡିଜି ଆହୁରି କହିଛନ୍ତି, ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ