Masthead

ଆଜିଠୁ ଧର୍ମଘଟ, ସବୁ ଅଏଲ୍‌ କମ୍ପାନୀ ଡିପୋ ଅଫିସ୍‌କୁ ତେଲ ଯୋଗାଣ ବନ୍ଦ ରଖିବ ମହାସଂଘ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । କେନ୍ଦ୍ରର ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତାରେ ଗାଡ଼ି ଚାଳକଙ୍କ ପାଇଁ କରାଯାଇଥିବା ଦଣ୍ଡବିଧାନକୁ ବିରୋଧ କରି ଏହି ଆହ୍ବାନ ଦିଆଯାଇଥିବା ରବିବାର ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି କହିଛନ୍ତି। ଧର୍ମଘଟ ସମୟରେ ସବୁ ଅଏଲ୍‌ କମ୍ପାନୀ ଡିପୋ ଅଫିସ୍‌କୁ ତେଲ ଯୋଗାଣ ବନ୍ଦ ରଖିବେ ବୋଲି ମହାସଂଘ ପକ୍ଷରୁ ଜଣାଇ ଦିଆଯାଇଛି। ତେବେ ବନ୍ଦ ଡାକରା ପରେ ରାଜ୍ୟରେ ପେଟ୍ରୋଲ, ଡିଜେଲ ସଙ୍କଟ ଦେଖାଦେବା ଏକପ୍ରକାର ନିଶ୍ଚିତ ବୋଲି ସୂଚନା ମିଳିଛି।

ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି । ଏହାକୁ ନେଇ ବଢିଛି ଚିନ୍ତା । କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି । ଏହାଦ୍ୱାରା ଲୋକେ ତ ହଇରାଣ ହେବେ, ମାଲ୍ ପରିବହନ ବି ଗୁରୁତର ପ୍ରଭାବିତ ହେବା ଆଶଙ୍କା ବଢିଯାଇଛି । ସେପଟେ ଓଡ଼ିଶା ପରିବହନ କର୍ମଚାରୀ ସଂଘର ଆନ୍ଦୋଳନ ଡାକରାକୁ ସମର୍ଥନ ଦେବେ ନାହିଁ ରାଜ୍ୟ ଘରୋଇ ବସ୍ ଓ ଟ୍ରକ ମାଲିକ ସଂଘ । ତେଣୁ ରାଜ୍ୟରେ ଉଭୟ ଘରୋଇ ବସ୍ ଓ ମାଲବାହୀ ଟ୍ରକ୍ ସ୍ୱାଭାବିକ ଭାବେ ଚଳାଚଳ କରିବ । ଯାତ୍ରୀବାହୀ ବସ୍ ଯାତାୟାତ ବେଳେ କୌଣସି ପ୍ରକାର ବିଶୃଙ୍ଖଳାକୁ ଏଡ଼ାଇବା ଲାଗି ପ୍ରଶାସନର ସହଯୋଗ ମଧ୍ୟ ଲୋଡ଼ିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ