Masthead

ଓଡ଼ିଶା ଦଖଲ ଷ୍ଟ୍ରାଟେଜି, ଦିଲ୍ଲୀରେ ହେବ ରଣନୀତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ହେବ ବିଜେପି ଓ କଂଗ୍ରେସ ଓଡ଼ିଶା ଦଖଲ ଷ୍ଟ୍ରାଟେଜି । ଦିଲ୍ଲୀ ଗଲେ ରାଜ୍ୟର ବିଧାୟକ ତଥା ବିଜେପିର ପୂରା ଏମଏଲଏ ବ୍ରିଗେଡ୍ । କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଏକାଠି ରଣନୀତି କରିବ ରାଜ୍ୟ ବିଜେପି ଓ କଂଗ୍ରେସ । ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବାବେଳେ, ଦିଲ୍ଲୀ ଗସ୍ତରେ ଉଭୟ କଂଗ୍ରେସ ଓ ବିଜେପି ନେତା । କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଡାକରା ପାଇ ଦିଲ୍ଲୀ ଗସ୍ତରେ ଯାଇଛନ୍ତି କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତା ।

ଆଜି ଦିନ ୩ଟାରେ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ସହ ଓଡ଼ିଶା ନେତାଙ୍କ ବୈଠକ ବସିବ । ବୈଠକରେ ଓଡିଶା ରାଜନୀତିର ସ୍ଥିତି ନେଇ ନେତାମାନେ କେନ୍ଦ୍ର ନେତୃତ୍ୱକୁ ଅବଗତ କରିବେ । ଏଥିସହ ଆଗାମି ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ହେବ । ଏହି ଅବସରରେ କେନ୍ଦ୍ରୀୟ ନେତାଙ୍କୁ ଓଡ଼ିଶାକୁ ନିମନ୍ତ୍ରଣ କରିବେ କଂଗ୍ରେସ ନେତା । ସେପଟେ ବିଜେପିର ବିଧାୟକମାନେ ମଂଗଳବାର ରାତିରେ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତରେ ରାଜ୍ୟ ବିଜେପିର ଦଳୀୟ ସଂଗଠନ, ଆଗାମି ନିର୍ବାଚନ ପାଇଁ ଦଳର ରଣନୀତି ପ୍ରସ୍ତୁତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨