Masthead

କରୋନାମୟ ରାଜଭବନ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଡ଼ିଶା ରାଜଭବନ ଏବେ କରୋନାମୟ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଏବେ ସୁସ୍ଥ ଥିଲେ ମଧ୍ୟ ରାଜଭବନର ବହୁ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟପାଳଙ୍କ ଲିଫ୍ଟ ମ୍ୟାନ ପୂର୍ବରୁ ଆକ୍ରାନ୍ତ ହୋଇଥିଲେ । ଏବେ ରାଜ୍ୟପାଳଙ୍କ ଏଡିସି, ରାଜ୍ୟପାଳଙ୍କୁ ଚିକିତ୍ସା କରୁଥିବା ଦୁଇ ଡାକ୍ତର, ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ, ରାଜଭବନର ତିନି ରୋଷେୟାଙ୍କ ସମେତ ଅନ୍ୟ ଜଣେ ଅଫିସର କରୋନା ଆକ୍ରାନ୍ତ ହୋଇଛନ୍ତି ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜଭବନର ଏହି କର୍ମଚାରୀମାନେ ରାଜ୍ୟପାଳଙ୍କ ସହ ସିଧାସଳଖ ସମ୍ପର୍କରେ ରହିଥାନ୍ତି । ତେଣୁ ରାଜ୍ୟପାଳ ପ୍ରଫେସର ଲାଲ ଏବେ ସଂଗରୋଧରେ ରହିଛନ୍ତି । ରାଜଭବନ ରୋଷେଇ ଘରେ ନିଯୁକ୍ତ ଅତିରିକ୍ତ ଦୁଇ ରୋଷେୟା ଏବେ ରୋଷେଇ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ