Masthead

ରେଳ ବଜେଟରେ ଓଡିଶାକୁ ମିଳିଲା ୬୯୯୫ କୋଟି

ଭୁବନେଶ୍ୱର(ବଡ଼ ଖବର): ରେଳ ବଜେଟରେ ଓଡିଶା ପାଇଁ ୬ ହଜାର ୯୯୫ ବ୍ୟୟବରାଦ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟେଲ । ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୭ହଜାର ୨୦୦କୋଟି ଦାବି କରିଥିଲେ । ବିଶେଷ କରି ନୂଆ ରେଳ ଲାଇନ ଏବଂ ବିଭିନ୍ନ ନିର୍ମାଣଧିନ ପ୍ରକଳ୍ପରେ ଓଡିଶା ପାଇଁ ଅନୁଦାନ ପୂର୍ବବର୍ଷ ତୁଳନାରେ କମାଇ ଦିଆଯାଇଛି । ତାଲଚେର-ବିମଳାଗଡ ରେଳ ଲାଇନ ପ୍ରକଳ୍ପ, ଅନୁଗୁଳ-ସୁକିନ୍ଦା ପ୍ରକଳ୍ପ ବ୍ୟୟରେ ହ୍ରାସ କରାଯାଇଛି । ସେହିପରି ଜୟପୁର-ନବରଙ୍ଗପୁର ନୂଆ ରେଳ ଲାଇନ ପାଇଁ ଗତବର୍ଷ ୨୦କୋଟି ବ୍ୟୟବରାଦ ହୋଇଥିବା ବେଳେ ଚଳିତ ବର୍ଷ ଏହାକୁ ୧୧କୋଟି ଟଙ୍କାକୁ ହ୍ରାସ କରାଯାଇଛି । ତେବେ ଓଡିଶା ପାଇଁ ହୋଇଥିବା ବ୍ୟୟବରାଦରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ ଓ ଦୋହରୀକରଣ ଭଳି ୩୯ଟି ପ୍ରକଳ୍ପ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା