Masthead

୫ଦିନରେ ୪ ଡିଗ୍ରୀ ଯାଏ ବଢ଼ିପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ଦିନରେ ତାତି ୪ ଡିଗ୍ରୀ ଯାଏ ବଢ଼ିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ। ମଙ୍ଗଳବାର କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି । ବୁଧବାର ଓ ଗୁରୁବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ଆଶଙ୍କା ଅଛି । ସୋମବାର ଖୋର୍ଦ୍ଧାରେ ଦିନ ତାପମାତ୍ରା ସର୍ବାଧିକ ୪୧ ଡିଗ୍ରୀ ରେକର୍ଡ ହୋଇଥିଲା । ବୌଦ୍ଧରେ ୪୦.୭, ତାଳଚେରରେ ୪୦.୫, ନୟାଗଡ଼ରେ ୪୦.୨ ଡିଗ୍ରୀ ରେକର୍ଡ ହୋଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି