Masthead

ଆଗକୁ ବଢ଼ିପାରେ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଗକୁ ତାତି ବଢ଼ିପାରେ । ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆଶଙ୍କା ଅଛି । ୧୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୧୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପ୍ରଭାବରେ ମୌସୁମୀ ଅଗ୍ରସର ହୋଇପାରେ । ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦୀପକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗୁରୁବାର ବଲାଙ୍ଗୀରରେ ୪୦.୩, ସମ୍ବଲପୁରରେ ୪୦.୨, ଝାରସୁଗୁଡ଼ାରେ ୩୯.୬, ନୂଆପଡ଼ା ଓ ଭବାନୀପାଟଣାରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର