Masthead

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ୧୮ରୁ ୨୨ ତାରିଖ ଯାଏ ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ ଜିଲ୍ଲା ଯାଜପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୋଳ ଓ କଳାହାଣ୍ଡି ଆଦି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ