Masthead

ବାହାନଗା ଟ୍ରେନ ଟ୍ରାଜେଡି, ୫ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡରେ ବାହାନଗା ଟ୍ରେନ ଟ୍ରାଜେଡି ଅଭିଯୁକ୍ତ । ୧୧ ତାରିଖ ଯାଏଁ ଅଭିଯୁକ୍ତଙ୍କୁ ଜେରା କରିବ ସିବିଆଇ । ଗତକାଲି ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ସିବିଆଇ । ୩ ଅଭିଯୁକ୍ତଙ୍କୁ ଗିରଫ କରି ପ୍ରଥମେ ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା ।

ଗିରଫ ରେଳ କର୍ମଚାରୀମାନେ ହେଲେ, ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକ୍ନିସିଆନ ପପୁ କୁମାର । କୋର୍ଟରେ ୭ ଦିନିଆ ରିମାଣ୍ଡ ଆବେଦନ କରିଥିଲା ସିବିଆଇ । କିନ୍ତୁ ୫ ଦିନ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ । ତିନି ଜଣଙ୍କ ବିରୋଧରେ ଆଇପିସି ଧାରା ୩୦୪ ଏବଂ ୨୦୧ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ 🔴 2027 ଜନଗଣନା ପାଇଁ ବିଜ୍ଞପ୍ତି ଜାରି 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ବାଡିକୁ କୁକୁର ପଶିଯିବାରୁ ୮ ବର୍ଷର ଶିଶୁକୁ ନିର୍ମମ ମାଡ଼ 🔴 ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ 🔴 ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ 🔴 2027 ଜନଗଣନା ପାଇଁ ବିଜ୍ଞପ୍ତି ଜାରି