ପରଲୋକରେ ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ। କୋଲକାତାର ଏକ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ଶୁକ୍ରବାର ରାତି ପ୍ରାୟ ୧୦.୧୫ରେ ତାଙ୍କର ଦେହାନ୍ତ ହୋଇଛି। ସେ କୋଭିଡରେ ସଂକ୍ରମିତ ହେବା ପରେ ଗୁରୁତର ହୋଇ ପଡ଼ିଥିଲେ। ସେ କୋଭିଡରେ ସଂକ୍ରମିତ ହେବା ପରେ ପ୍ରଥମେ କଟକସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଜୁନ ୮ରେ ଭୁବନେଶ୍ୱରରୁ ଏୟାରଲିଫ୍ଟ ଯୋଗେ କୋଲକାତା ନିଆଯାଇଥିଲା। ଦେବାଶିଷ ପାଣିଗ୍ରାହୀଙ୍କ ଫୁସଫୁସର ଜଟିଳତା ସୃଷ୍ଟି ହୋଇଥିବାରୁ ଡାକ୍ତରମାନେ ଇକମୋ ଚିକିତ୍ସା ପାଇଁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ୧୯୯୧ ବ୍ୟାଚର ଏହି ଆଇପିଏସ ଅଫିସରେ ଦୁଇଟି ଟିକା ନେଇ ସାରିଥିଲେ। ହେଲେ ମେ ମାସରେ କୋଭିଡରେ ସଂକ୍ରମିତ ହୋଇ ଗୁରୁତର ହୋଇପଡ଼ିଥିଲେ। ଏହାପରେ ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ପରେ ଏକ ଭେଣ୍ଟିଲେଟରରେ ରଖାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’