Masthead

ଭିଜିଲାନ୍ସ ଜାଲରେ ଇଞ୍ଜିନିୟର

ଯାଜପୁର(ବଡ଼ ଖବର ବ୍ୟୁରୋ) : ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଯାଜପୁର ଜିଲ୍ଲା ବଡ଼ଚଣା ବିଦ୍ୟୁତ୍ ବିଭାଗର ଜୁନିୟର ଇଞ୍ଜିନିୟର ସ୍ୱାଧୀନ କୁମାର ସାହୁ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରାପଡିଛନ୍ତି । ଚଣ୍ଡିଖୋଲ ନିକଟସ୍ଥ ସୁନଗୁଡ଼ାର ଚିତ୍ତରଞ୍ଜନ ନାୟକଙ୍କ ଘର ନିକଟରେ ଥିବା ୧୧ କେଭି ତାର ସ୍ଥାନାନ୍ତର ପାଇଁ ସେ ଇଞ୍ଜିନିୟର ସାହୁଙ୍କୁ କହିଥିଲେ । ଉଚ୍ଚ ଶକ୍ତିସମ୍ପନ୍ନ ବିଦ୍ୟୁତ୍ ତାର ସ୍ଥାନାନ୍ତର ପାଇଁ ଇଞ୍ଜିନିୟର ସାହୁ ୧୦ ହଜାର ଟଙ୍କା ଦାବି କରିଥିଲେ । ପରେ ଚିତ୍ତରଞ୍ଜନ ଯାଜପୁରରେ ଥିବା ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ଅନୁସାରେ ଚିତ୍ତରଞ୍ଜନ ୧୦ହଜାର ଟଙ୍କା ଜୁନିୟର ଇଞ୍ଜିନିୟରଙ୍କୁ ତାଙ୍କ କାର୍ଯ୍ୟାଳୟରେ ଦେଇଥିଲେ । ଏହି ସମୟରେ ସେଠାରେ ଲୁଚି ରହିଥିବା ଭିଜିଲାନ୍ସ କର୍ମଚାରୀମାନେ ଇଞ୍ଜିନିୟର ସାହୁଙ୍କୁ କାବୁ କରିବା ସହ ଲାଞ୍ଚ ଟଙ୍କା ଜବତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା