Masthead

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚାଲିଛି ରେଡ୍

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ରେଡ କରିଛି ଭିଜିଲାନ୍ସ।ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଭୁବନେଶ୍ୱର, ଖୋର୍ଦ୍ଧା,ନୟାଗଡ଼, ଆଠଗଡ଼ ରେ ଏକକାଳୀନ ୮ ଟି ସ୍ଥାନରେ ଚଢ଼ାଉ କରାଯାଉଛି । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀ ଏନ୍‌କ୍ଲେଭ୍‌ ଆପାର୍ଟମେଣ୍ଟର ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି । ୬ ଜଣ ଡ଼ିଏସପିଙ୍କ ନେତୃତ୍ବରେ ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା