Masthead

୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ଆସନ୍ତା ୩୧ ତାରିଖରେ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।

ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ । ମହାନଦୀର ଉପରମୁଣ୍ଡରେ ଅଧିକ ବର୍ଷା ହେବା ଯୋଗୁ ଜଳସ୍ତର ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ସୋମବାର ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁ ବୌଦ୍ଧର ଅନେକ ରାସ୍ତା ପାଣିରେ ବୁଡ଼ି ଯାଇଛି । ମଙ୍ଗଳବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବୁଧବାର କଟକ, ଢେଙ୍କାନାଳ, ନୟାଗଡ଼, ଅନୁଗୁଳ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମାଲକାନଗିରି, ଦେବଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି ବୋଲି ଆକଳନ କରାଯାଇଛି । ୧ ତାରିଖରେ ଅନୁଗୁଳ, ବୌଦ୍ଧ, କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଭଦ୍ରକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ବୁଲେଟିନ୍ ଜାରି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ