Masthead

ଆହୁରି ତିନି ଦିନ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ତିନି ଦିନ ଭିଜିବ ଓଡ଼ିଶା । ସତର୍କ କରାଇଲା ପାଣିପାଗ ବିଭାଗ । ୬ ଜିଲ୍ଲାକୁ ଆର୍ଲଟ ଜାରି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିବ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ରାଜ୍ୟରେ ପାଗ ବର୍ତ୍ତମାନ ମେଘୁଆ ରହିବା ସମ୍ଭାବନା ଅଛି ।

ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ର ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପବନ ସହ ଘଡ଼ଘଡି ଆଶଙ୍କା ବି ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ରେ ବଜ୍ରପାତ ଓ ପବନ ହୋଇପାରେ ।

୬ ତାରିଖ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୭ରେ ଅନେକ ସ୍ଥାନରେ ବର୍ଷା ଏବଂ ସୁନ୍ଦରଗଡ଼, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୮ରୁ ବର୍ଷା ପରିମାଣ କମିପାରେ, ତଥାପି ଅଳ୍ପ କେତେକ ସ୍ଥାନରେ ବର୍ଷା ରହିବା ନେଇ ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା