Masthead

ଝାରସୁଗୁଡ଼ା ସବୁଠୁ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ।  ମଙ୍ଗଳବାର ରାତିରୁ ତାପମାତ୍ରା ବଢ଼ିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଶନିବାର ରାତିରେ ପାରଦ ୫.୮ ଡିଗ୍ରୀ ଥିବା ବେଳେ ରବିବାର ୫.୪ ଡିଗ୍ରୀକୁ ଖସିଛି । ସେମିଳିଗୁଡ଼ାରେ ପାରଦ ୬.୧ ଡିଗ୍ରୀ ରହିଥିଲା । ଦାରିଙ୍ଗିବାଡ଼ିରେ ୭ ଡିଗ୍ରୀ ଓ ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ରହିଥିଲା । ୬ଟି ସହର ୧୦ ଡିଗ୍ରୀ ବା ଏହାଠାରୁ କମ୍ ରେକର୍ଡ ହୋଇଛି । ୧୪ଟି ସହର ୧୨ ଡିଗ୍ରୀ ତଳେ ରହିଛି । ଝାରସୁଗୁଡ଼ାରେ ପ୍ରବଳ ଶୀତ ଅନୁଭୂତ ହେଉଛି ।

ଏଠାରେ ପାରଦ ୯.୮ ଡିଗ୍ରୀ ରେକର୍ଡ ହୋଇଛି । ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୬.୭ ଡିଗ୍ରୀ କମ୍ ରହିଥିଲା । ରାଉରକେଲାରେ ୧୦ ଡିଗ୍ରୀ, ଅନୁଗୁଳରେ ୧୦.୨, ଚିପିଲିମାରେ ୧୦.୨, କୋରାପୁଟରେ ୧୦.୮, କେନ୍ଦୁଝରରେ ୧୧, କିରେଇରେ ୧୧, ଭବାନୀପାଟଣାରେ ୧୧, ନବରଙ୍ଗପୁରରେ ୧୧.୫, ସୁନ୍ଦରଗଡ଼ରେ ୧୧.୮, ଢେଙ୍କାନାଳରେ ୧୨, ବଲାଙ୍ଗିରରେ ୧୨.୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱରରେ ରାତି ତାପମାତ୍ରା ୧୨.୯ ଡିଗ୍ରୀ ୨୫ ବର୍ଷର ରେକର୍ଡ ଭାଙ୍ଗିଛି । ୨୦୦୦ରୁ ଏଠାରେ ପାରଦ କେବେ ବି ଏହି ସର୍ବନିମ୍ନ ସ୍ତରକୁ ଖସିନଥିଲା । ୨୦୦୦ ନଭେମ୍ବର ୧୭ ରେ ରାତି ତାପମାତ୍ରା ୧୫.୧ ଡିଗ୍ରୀ ଥିବା ବେଳେ ୨୦୦୯ ନଭେମ୍ବର ୨୯ରେ ୧୩.୫ ଡିଗ୍ରୀ, ୨୦୧୮ ନଭେମ୍ବର ୨୫ରେ ୧୩.୬ ଡିଗ୍ରୀ ଓ ୨୦୧୭ ନଭେମ୍ବର ୨୬ରେ ୧୩.୭ ଡିଗ୍ରୀ ରେକର୍ଡ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ