ଦିନରେ ଖରା ଅପରାହ୍ନରେ କାଳବୈଶାଖି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ତିନି ଦିନ ତାପମାତ୍ରା ଆହୁରି ୩ ଡିଗ୍ରୀ ବଢ଼ିପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରଚଣ୍ଡ ତାତି ଓ ଗୁଳୁଗୁଳି ଅନୁଭୂତ ହେବ । ଏଭଳି ସତର୍କ କରାଇଛି ପାଣିପାଗ ବିଭାଗ । ରବିବାର ରାଜଧାନୀ ସମେତ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ତାତି ୪୦ ଡିଗ୍ରୀ ପାର୍ ହୋଇଥିଲା । ଦିନ ୧୧ଟାରୁ ତତଲା ହାୱା ବହିଥିଲା । ହେଲେ ଅପରାହ୍ନରେ ପାଗ ବଦଳି ଯାଇଥିଲା । କଟକ, ଭୁବନେଶ୍ୱର, ପାରାଦୀପ, ବାଲେଶ୍ୱରରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି । ଜୋର୍ ପବନ ସହିତ ପ୍ରବଳ ବର୍ଷା ହୋଇଥିଲା ।

ତେବେ ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୧.୯ ଡିଗ୍ରୀ ଛୁଇଁଥିଲା । ଟିଟିଲାଗଡ଼ରେ ୪୧.୭, ଭବାନୀପାଟଣା ଓ ନୟାଗଡ଼ରେ ୪୧.୫, ତାଳଚେରରେ ୪୧, ବଲାଙ୍ଗୀରରେ ୪୦.୮, ସମ୍ବଲପୁରରେ ୪୦.୬, ସୋନପୁରରେ ୪୦.୬ ଡିଗ୍ରୀ ରେକର୍ଡ ହୋଇଥିଲା । ଆସନ୍ତା ୮ରୁ ୧୦ ତାରିଖ ଭିତରେ ଆକାଶରେ ମେଘର ପରିମାଣ ବଢ଼ିବ । ଗୁଳୁଗୁଳି ବି ବଢ଼ିବ । କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପ୍ରକୋପ ଅଧିକ ହେବ । ତାପମାତ୍ରା ଧୀରେ ଧୀରେ କମିବ । ୧୦ରୁ ୧୩ ତାରିଖ ଭିତରେ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ଅଧିକ । ୧୨ରୁ ୧୫ ତାରିଖ ସୁଦ୍ଧା ମୌସୁମୀ ପ୍ରଭାବରେ ବର୍ଷା ବଢ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!