Masthead

ଆହୁରି ତିନି ଦିନ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ତିନି ଦିନ ଭିଜିବ ଓଡ଼ିଶା । ସତର୍କ କରାଇଲା ପାଣିପାଗ ବିଭାଗ । ୬ ଜିଲ୍ଲାକୁ ଆର୍ଲଟ ଜାରି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିବ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ରାଜ୍ୟରେ ପାଗ ବର୍ତ୍ତମାନ ମେଘୁଆ ରହିବା ସମ୍ଭାବନା ଅଛି ।

ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ର ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପବନ ସହ ଘଡ଼ଘଡି ଆଶଙ୍କା ବି ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବରଗଡ଼ରେ ବଜ୍ରପାତ ଓ ପବନ ହୋଇପାରେ ।

୬ ତାରିଖ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୭ରେ ଅନେକ ସ୍ଥାନରେ ବର୍ଷା ଏବଂ ସୁନ୍ଦରଗଡ଼, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୮ରୁ ବର୍ଷା ପରିମାଣ କମିପାରେ, ତଥାପି ଅଳ୍ପ କେତେକ ସ୍ଥାନରେ ବର୍ଷା ରହିବା ନେଇ ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା