Masthead

୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ଏବଂ ସମୟ ସମୟରେ ୫୦କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା