Masthead

୨ରୁ ୩ଦିନ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨ରୁ ୩ଦିନ ଧରି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୨୪ ଘଣ୍ଟା ହେଲା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ମୌସୁମୀ ସ୍ବାଭାବିକ ସ୍ଥିତିକୁ ଫେରିଆସିଛି। ଏବେ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି । ୨ରୁ ୩ ଦିନ ଭିତରେ ଏକ ଲଘୁଚାପବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି । ଆଜି ରାଜ୍ୟର ପ୍ରାୟ ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷା ହେବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ