ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଛି ଆଶ୍ୱସ୍ତି । ରାଜ୍ୟରେ ଜାରି ରହିଛି କାଳବୈଶାଖି । ଆହୁରି ୪ ଦିନ ଭିଜିବ ଓଡ଼ିଶା । ୧୦ ଜିଲ୍ଲାକୁ କରାଯାଇଛି ୟେଲୋ ୱାର୍ଣ୍ଣିଂ । ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି ।
ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ମେ’ ରୁ ବଢିବ ତାତି । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ଗରମ ହେବ । ଆଇଏମଡିର ପୂର୍ବାନୁମାନ ଅନୁସାରେ ପୂର୍ବ ଭାରତ ଓ କେନ୍ଦ୍ରୀୟ ପୂର୍ବ ଭାରତରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ।