Masthead

ଦେଶ ବାହାରୁ ଟିକା ଆଣିବ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶ ବାହାରୁ ଟିକା ଆଣିବ ଓଡିଶା । ଗ୍ଲୋବାଲ ଟେଣ୍ଡର ନିଷ୍ପତିକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛି । ଓଡ଼ିଶାରେ ଟିକାକରଣକୁ ଜୋରଦାର କରିବାକୁ ରାଜ୍ୟ ସରକାର ଆପଣାଇଛନ୍ତି ଆଉ ଏକ ପଦକ୍ଷେପ । ଏହି ଉଦ୍ଦେଶ୍ୟରେ ଓଡ଼ିଶା ବାସୀ ଯେପରି ସୁବିଧାରେ ଟିକା ପାଇ ପାରିବେ ସେଥିପାଇଁ ବିଶ୍ବର ବିଭିନ୍ନ ପ୍ରମୁଖ ଟାକା କମ୍ପାନୀରୁ ଟିକା ସଂଗ୍ରହ ନିମନ୍ତେ ପଦକ୍ଷେପ ନିଆଯିବ । ଟିକାର ଗ୍ଲୋବାଲ ଟେଣ୍ଡର ପାଇଁ ଗଠନ ହୋଇଛି ୨ଟି କମିଟି । ଟେକ୍ନିକାଲ କମିଟି ଓ ମ୍ୟାନେଜରିଆଲ କମିଟି ଗଠିତ ହୋଇଛି । ଗ୍ଲୋବାଲ ପରିଚାଳନା ଦାୟିତ୍ତ୍ୱରେ ରହିବେ ଏହି କମିଟି । ଟେକ୍ନିକାଲ କମିଟିରେ ଡିଏମଇଟି, ଆରଏମଆରସି ନିର୍ଦ୍ଦେଶିକାଙ୍କ ସହ କମିଟିରେ ଅଛନ୍ତି ୧୦ ସଦସ୍ୟ । ମ୍ୟାନେଜରିଆଲ କମିଟିରେ ଅଛନ୍ତି ୯ ଜଣ ସଦସ୍ୟ । ଟିକା ସଂଗ୍ରହ ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ରାଜ୍ୟ ସରକାର ।


ସେହିପରି ଟିକା ଉପରୁ ସମସ୍ତ ପ୍ରକାର ଟିକସ ଉଠାଇ ଦେବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି । ଏହା ଫଳରେ ରାଜ୍ୟ ଅର୍ଥନୀତି ଉପରେ କମ୍ ଚାପ ପଡ଼ିବ ଏବଂ ସାର୍ବଜନୀନ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହା ବିଶେଷ ସହାୟକ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ