ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ  । ଆକାଶ ମାର୍ଗରୁ ବନ୍ୟାସ୍ଥିତିର ଅନୁଧ୍ୟାନ କରିବେ  । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ କରିବେ ସ୍ଥିତି ସମୀକ୍ଷା । ସାଥୀରେ ରହିବେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସ୍ଥିତି ଅନୁଧ୍ୟାନ ପାଇଁ ଖୁବଶୀଘ୍ର କେନ୍ଦ୍ରୀୟ ଟିମ୍ ମଧ୍ୟ ଗଞ୍ଜାମ, ଗଜପତି ଜିଲ୍ଲା ଗସ୍ତରେ ଆସିବେ । ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ, ଗଜପତି, ମାଲାକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ ଜିଲ୍ଲା ପ୍ରଭାବିତ ହୋଇଛି । ବିପଦସଙ୍କୁଳ ଅଞ୍ଚଳରୁ ୫୯ ହଜାର ୨୮ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ବନ୍ୟାରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଗଞ୍ଜାମ ଓ ଗଜପତି ଜିଲ୍ଲା ।

ଗଜପତିରେ ୧୭ ହଜାର ୪୪୧ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ମାଲକାନଗିରିରେ ୧୫ ହଜାର ୪୭୭, ଗଞ୍ଜାମରେ ୧୧ ହଜାର ୮୮୨ ଏବଂ ନବରଙ୍ଗପୁରରେ ୧୦ ହଜାର ୫୧୯ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ପୁନଃସ୍ଥାପନକୁ ଗୁରୁତ୍ୱ ଦିଆଯାଇଛି । ପ୍ରଭାବିତ ୩୧୬ଟି ୩୩କେଭି ଷ୍ଟେସନରୁ ୨୯୮ଟି ଷ୍ଟେସନରେ ପୁନଃସ୍ଥାପନ ହୋଇଛି । ପ୍ରାୟ ୮୪% ବିଦ୍ୟୁତ୍ ସଂଯୋଗ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ୨୨ଟି ବ୍ଲକର ୨୯୯ଟି ଗ୍ରାମ, ଗଜପତିର ୭ଟି ବ୍ଲକର ୭୧୧ଟି ଗାଁ ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରୁ ୪୨ ହଜାର ୫ଶହ, ଗଜପତିର ୨୦ ହଜାର ଲୋକେ ପ୍ରଭାବିତ ହୋଇଛନ୍ତି । ଗଞ୍ଜାମରେ ୭୦ଟି ଗାଁର ୨୩୨୮ ଲୋକେ ପାଣି ଘେରରେ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ