Masthead

ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସମ୍ଭାବ୍ୟ ବାତ୍ୟା ନେଇ ଛୁଟି ବାତିଲ ଘୋଷଣା କରାଯାଇଛି । ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ତା ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି । ଏ ନେଇ ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଜରୁରି ପରିସ୍ଥିତିର ସାମ୍ନା ପାଇଁ ଅଫିସର ମାନେ ହେଡକ୍ୱାଟର୍ସରେ ଉପସ୍ଥିତ ରହିବେ । ସେ ଆହୁରି କହିଛନ୍ତି ଯେ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡିବେ ନାହିଁ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।

ସେପଟେ ବାତ୍ୟା ନେଇ ଜିଲ୍ଲାବାସୀଙ୍କୁ ଗଞ୍ଜାମ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ଯେ ସମସ୍ତଙ୍କୁ ସତର୍କ ଓ ସଚେତନ ରହିବାକୁ ହେବ । ସେ କହିଛନ୍ତି , ଆସନ୍ତା ୨୬ ଓ ୨୭ ତାରିଖ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏହି ୨ ଦିନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୫୦ ରୁ ୬୦ କିମି ବେଗରେ ପବନ ବୋହିବା ନେଇ ଆକଳନ କରାଯାଉଛି ।

ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟାକୁ ନେଇ ଏକ ବୈଠକ କରାଯାଇଥିଲା । ଏହି ବୈଠକର ଆଲେଚନା ପରେ ବ୍ଲକ ସ୍ତରରେ ଟିମ ଗଠନ କରାଯାଇଛି । ଜିଲ୍ଲାର ସମସ୍ତ ତହସିଲଦାର ଓ ବିଡିଓଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ତଳିଆ ଓ ପାହାଡିଆ ଆଞ୍ଚଳର ଲେକଙ୍କୁ ନିରାପତା ସ୍ଥାନକୁ ଯିବାକୁ କୁହାଯାଇଛି । ତେବେ ସମ୍ଭାବ୍ୟ ପ୍ରବଳ ବର୍ଷା ଯୋଗୁ ଧାନ ଫସଲ ନଷ୍ଟ ହେବାର ସମ୍ଭବନା ରହିଛି । ଏପରି କ୍ଷୟକ୍ଷତିର ଆକଳନ କରିବା ପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି । ବାତ୍ୟା ନେଇ ଗୋପାଳପୁର ଓ ସୋନପୁର ବିଚ୍ ନ ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ସମସ୍ତଙ୍କୁ ସତର୍କ ଓ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି