ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): କାମାକ୍ଷାନଗରରେ ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ । ମାଡ଼ ମାରିବା ସହ ଗାଡି ଭଙ୍ଗାରୁଜା ଅଭିଯୋଗ। ଅନନ୍ତପୁର ସାହିରେ ୪ ଜଣ ଜନଗଣନା ଅଧିକାରୀଙ୍କୁ ଗୋଡେଇ ପିଟିଲେ ଦୁଇ ପୁଅ ସହ ବାପା। କାମାକ୍ଷାନଗର ଥାନାରେ ଅଭିଯୋଗ ପରେ ଘଟଣା ସ୍ଥଳରେ ଉପଜିଲ୍ଲାପାଳ ଓ ପୋଲିସର ତଦନ୍ତ ଆରମ୍ଭ। ଆକ୍ରମଣରେ ୪ଜଣ ଜନଗଣନା କର୍ମଚାରି ଆହତ ହୋଇଥିବା ବେଳେ ଏଥିରେ ୨ଜଣ ମହିଳା କର୍ମଚାରି ଅଛନ୍ତି। ସକାଳେ କାମାକ୍ଷାନଗର ଏନଏସି ୩ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।

ଜନଗଣନା କର୍ମଚାରୀ ଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା କର୍ମଚାରୀଙ୍କ ଗାଡି ଭାଙ୍ଗିଦେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି। କର୍ମଚାରୀଙ୍କୁ ଗାଳି ଗୁଲଜ କରିବା ସହିତ ଜନଗଣନା କରେଇ ଦେଲେନି। ଆକ୍ରମଣରରେ ମହିଳା କର୍ମଚାରି ମୁହଁରେ ଆଘାତ ଲାଗିବା ସହ ପଥର ଧରି ମାରିବାକୁ ଗୋଡାଇଥିବା କହିଛନ୍ତି। ଖବର ପାଇ ଘଟଣା ସ୍ଥଳ ରେ କାମାକ୍ଷାନଗର ଉପଜିଲ୍ଲାପାଳ, ତହସିଲଦାର, ଏସଡିପିଓ ଓ ଥାନା ଅଧିକାରୀ ପହଞ୍ଚିଥିଲେ। ପୁଲିସ ଆକ୍ରମଣକାରିଙ୍କୁ ଅଟକ ରଖିଛି ଓ ଏହାର ବିଧିବଦ୍ଧ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!