Masthead

ଲଗାତର ବଢ଼ୁଛି ତେଲ ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଗାତର ସାତଦିନ ହେବ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବଢିବାରେ ଲାଗିଛି । ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ଡିଜେଲ ୩୯ ପଇସା ଏବଂ ପେଟ୍ରୋଲ ୩୦ ପଇସା ବଢିଛି । ଫଳରେ ଏଠାରେ ଡିଜେଲ ଲିଟର ପିଛା ୧୦୧.୬୨ଟଙ୍କା ଏବଂ ପେଟ୍ରୋଲ ୧୦୫.୩୫ ଟଙ୍କାରେ ବିକ୍ରି ହେଉଛି ।

ଗତ ୧୮ ଦିନ ମଧ୍ୟରେ ପେଟ୍ରୋଲ ୩.୩୧ଟଙ୍କା ଏବଂ ଡିଜେଲ ୫.୦୧ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ମିଳିଛି । ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୧୦୧.୯୬ ଟଙ୍କା ଏବଂ ପେଟ୍ରୋଲ ୧୦୫.୭୧ ଟଙ୍କାରେ ପହଞ୍ଚିଛି ।

ତେଲ ଦର ରାଜ୍ୟର ମାଲକାନଗିରିରେ ସର୍ବାଧିକ ପେଟ୍ରୋଲ ୧୧୦.୯୪ ଟଙ୍କା ଥିବା ବେଳେ ଡିଜେଲ ୧୦୭.୦୨ଟଙ୍କା ଏବଂ ସର୍ବନିମ୍ନ ଦର ଜଗତସିଂହପୁରରେ ପେଟ୍ରୋଲ ୧୦୪.୮୭ ଟଙ୍କା ଓ ଡିଜେଲ ୧୦୧.୧୩ରେ ପହଞ୍ଚିଛି ବୋଲି ଆସୋସିଏଶନ ପକ୍ଷରୁ କୁହାଯାଇଛି । ତେଲ ଦର ବୃଦ୍ଧି ଯୋଗୁ ଏହାର ପ୍ରଭାବ ଅତ୍ୟାବଶ୍ୟକ ସାମଗ୍ରୀ ଦର ଉପରେ ପ୍ରଭାବ ପଡ଼ିଛି । ବିଶେଷକରି ଡିଜେଲ ଦର ବୃଦ୍ଧି ଯୋଗୁ ପରିବହନ ଜନିତ ସମସ୍ୟା ଅଧିକ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା