Masthead

ଲଗାତର ବଢ଼ୁଛି ତେଲ ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଗାତର ସାତଦିନ ହେବ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବଢିବାରେ ଲାଗିଛି । ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ଡିଜେଲ ୩୯ ପଇସା ଏବଂ ପେଟ୍ରୋଲ ୩୦ ପଇସା ବଢିଛି । ଫଳରେ ଏଠାରେ ଡିଜେଲ ଲିଟର ପିଛା ୧୦୧.୬୨ଟଙ୍କା ଏବଂ ପେଟ୍ରୋଲ ୧୦୫.୩୫ ଟଙ୍କାରେ ବିକ୍ରି ହେଉଛି ।

ଗତ ୧୮ ଦିନ ମଧ୍ୟରେ ପେଟ୍ରୋଲ ୩.୩୧ଟଙ୍କା ଏବଂ ଡିଜେଲ ୫.୦୧ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ମିଳିଛି । ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୧୦୧.୯୬ ଟଙ୍କା ଏବଂ ପେଟ୍ରୋଲ ୧୦୫.୭୧ ଟଙ୍କାରେ ପହଞ୍ଚିଛି ।

ତେଲ ଦର ରାଜ୍ୟର ମାଲକାନଗିରିରେ ସର୍ବାଧିକ ପେଟ୍ରୋଲ ୧୧୦.୯୪ ଟଙ୍କା ଥିବା ବେଳେ ଡିଜେଲ ୧୦୭.୦୨ଟଙ୍କା ଏବଂ ସର୍ବନିମ୍ନ ଦର ଜଗତସିଂହପୁରରେ ପେଟ୍ରୋଲ ୧୦୪.୮୭ ଟଙ୍କା ଓ ଡିଜେଲ ୧୦୧.୧୩ରେ ପହଞ୍ଚିଛି ବୋଲି ଆସୋସିଏଶନ ପକ୍ଷରୁ କୁହାଯାଇଛି । ତେଲ ଦର ବୃଦ୍ଧି ଯୋଗୁ ଏହାର ପ୍ରଭାବ ଅତ୍ୟାବଶ୍ୟକ ସାମଗ୍ରୀ ଦର ଉପରେ ପ୍ରଭାବ ପଡ଼ିଛି । ବିଶେଷକରି ଡିଜେଲ ଦର ବୃଦ୍ଧି ଯୋଗୁ ପରିବହନ ଜନିତ ସମସ୍ୟା ଅଧିକ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ