Masthead

ପୁଣି ବଢିଲା ତୈଳଦର

ନୂଆ ଦିଲ୍ଲୀ(ବଡ଼ ଖବର ବ୍ୟୁରୋ)    ମହଙ୍ଗା ମାଡରୁ ନିସ୍ତାର ନାହିଁ । କ୍ରମାଗତ ଭାବରେ ବଢିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ପୂର୍ବରୁ ତୈଳ ଦର ରେକର୍ଡ ସ୍ତରରେ ଥିବା ବେଳେ ଏବେ ପୁଣି ଏଥିରେ ବୃଦ୍ଧି ପାଇଛି । ଲୋକଙ୍କୁ ନାହିଁ ନଥିବା ହଇରାଣ ହେବାକୁ ପଡିଛି । ସାଧାରଣ ଲୋକଙ୍କ ଜୀବନ ଶୈଳୀରେ ବାଧାପ୍ରାପ୍ତ ହେଉଛି । ଆଜି ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲର ଲିଟର ପିଛା ଦର ୩୫ ପଇସା ମହଙ୍ଗା ହୋଇଛି । ଫଳରେ ରାଜଧାନୀରେ ପେଟ୍ରୋଲର ଲିଟର ପିଛା ୧୦୫.୧୪ ଟଙ୍କା ଓ ଡିଜେଲର ଦାମ ୯୩.୮୭ ଟଙ୍କାରେ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ଲିଟର ପିଛା ୩୪ ପଇସା ବଢିଛି । ଯାହାକି ୧୧୧.୦୯ରେ ପହଞ୍ଚିଛି । ଏଠାରେ ଡିଜେଲ ୩୮ ପଇସା ମହଙ୍ଗା ହୋଇଛି । ସେହିପରି ମୁମ୍ବାଇରେ ଡିଜେଲ ଲିଟର ପିଛା ୧୦୧.୭୮ ଟଙ୍କାକୁ ଛୁଇଁଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ଦର ୧୦୨.୦୪ ଟଙ୍କା ଓ କୋଲକାତାରେ ୧୦୫.୭୭ ଟଙ୍କା ହୋଇଛି । ସେହିପରି ଏହି ଦୁଇଟି ସହରରେ ଡିଜେଲର ଦର ୯୮.୨୬ ଓ ୯୬.୯୮ ଟଙ୍କାରେ ବିକ୍ରି ହେଉଛି ।

 ସେପଟେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଓ ଡିଜେଲରେ ଦାମ ସାମାନ୍ୟ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ଲିଟର ପିଛା ୧୧ ପଇସା ଶସ୍ତା ହୋଇଛି । ଫଳରେ ପେଟ୍ରୋଲ ୧୦୫.୯୦ ଟଙ୍କା ଓ ଡିଜେଲ ୧୦୨.୨୨ ଟଙ୍କାରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ