Masthead

ମୁଖ୍ୟମନ୍ତ୍ରୀଙ୍କୁ ଓୟୁଜେର ୪ଦଫା ଦାବିପତ୍ର

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ)ର ନିଷ୍ପତ୍ତିକ୍ରମେ ଦେବଗଡ଼ ଜିଲ୍ଲା ଓୟୁଜେ ଶାଖା ପକ୍ଷରୁ ସାମ୍ବାଦିକମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଆଜି ୪ଦଫା ଦାବି ସମ୍ବଳିତ ଏକ ପତ୍ର ପ୍ରଦାନ କରାଯାଇଛି । ଓୟୁଜେ ରାଜ୍ୟ ସାଧାରଣ ସମ୍ପାଦକ ଅଶୋକ କୁମାର ନନ୍ଦଙ୍କ ନେତୃତ୍ୱରେ ଗଠିତ ଏକ ଦଳ ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯାଇ ତାଙ୍କ ଅନୁପସ୍ଥିତିରେ ଉପଜିଲ୍ଲାପାଳ ଯଶୋବନ୍ତ ଦେହୁରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ସାମ୍ବାଦିକମାନଙ୍କ ନିମନ୍ତେ ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବା, ସାମ୍ବାଦିକମାନଙ୍କ ନିମନ୍ତେ ରହିଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ରାଶିକୁ ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ସାମ୍ବାଦିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସମସ୍ତ ସୁବିଧା ସୁଯୋଗ ଲାଗୁ କରାଯିବା ଓ ଅନ୍ୟ ରାଜ୍ୟମାନଙ୍କ ଭଳି ଓଡ଼ିଶାର ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ ତୁରନ୍ତ ପେନସନ ଯୋଜନା ଲାଗୁ କରିବାକୁ ଦାବିପତ୍ରରେ ଉଲ୍ଲେଖ ରହିିଛି । ଶୀଘ୍ର ଏହି ଦାବିଗୁଡ଼ିକ ପୂରଣ କରା ନ ଗଲେ ଆଗାମୀ ଦିନରେ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଓୟୁଜେ ରାଜ୍ୟ ସାଧାରଣ ସମ୍ପାଦକ ନନ୍ଦ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ 🔴 ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଘରୁ ଡକାୟତି 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ଟାରିଫ୍‌ କମାଇଲା ଆମେରିକା 🔴 ମାର୍ଚ୍ଚ ୩୧ ଡେଡ୍‌ଲାଇନ 🔴 ପୁଣି କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ 🔴 ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଘରୁ ଡକାୟତି