Masthead

ଓଜେଇଇ କାଉନସେଲିଂ, ୪ ଟି ପର୍ଯ୍ୟାୟରେ ହେବ ନାମଲେଖା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଓଜେଇଇ କାଉନସେଲିଂ ଆରମ୍ଭ । ୪ ଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ହେବ । ଅଗଷ୍ଟ ୧୫ ସୁଦ୍ଧା ସରିବ ନାମଲେଖା ପ୍ରକ୍ରିୟା । ରାଜ୍ୟରେ ଥିବା ସରକାରୀ ଓ ଘରୋଇ କଲେଜର ବିଟେକ, ବିଆର୍କିଟେକ, ଇଣ୍ଟିଗ୍ରେଟେଡ ଏମଏସସି ଆଦି ପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ କାଉନସେଲିଂ ଆରମ୍ଭ ହେବ । ଆଜି ଦିନ ୧୧ଟାରୁ ୧୦ ତାରିଖ ଅପରାହ୍ଣ ୫ଟା ପର୍ଯ୍ୟନ୍ତ । ର୍ୟାଙ୍କକାର୍ଡଧାରୀ ପ୍ରାର୍ଥୀମାନେ ନାମ ପଞ୍ଜୀକରଣ ଓ ଚଏସ୍‌ ଫିଲିଂ କରିପାରିବେ । ୧୨ ତାରିଖରେ ମକ୍‌ ସିଟ୍‌ ଆଲଟ୍‌ମେଣ୍ଟ ପ୍ରକାଶ ପାଇବ ।

୧୪ ତାରିଖରେ ପୂର୍ବାହ୍ନ ୧୧ଟା ୩୦ରୁ ପ୍ରାର୍ଥୀଙ୍କ ପାଇଁ ଚଏସ୍‌ ଲକିଂ ସୁବିଧା ଉପଲବ୍ଧ ହେବ। ୧୫ ତାରିଖ ରାତି ୧୧ଟା ୫୯ ସୁଦ୍ଧା ପଞ୍ଜୀକରଣ ଓ ଚଏସ୍‌ ଲକିଂ ଶେଷ ହେବ। ୧୬ରୁ ୧୮ ତାରିଖ ମଧ୍ୟରେ ତଥ୍ୟ ଯାଞ୍ଚ, ସିଟ୍‌ ବୈଧତା ଆଦି ଯାଞ୍ଚ କରାଯିବା । ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ । ୧୯ରୁ ୨୩ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ରିପୋଟିଂ, ୨୦ରୁ ୨୫ ତାରିଖ ମଧ୍ୟରେ ସିଟ୍‌ ଆଲଟମେଣ୍ଟ ପ୍ରକ୍ରିୟାରୁ ଓହରି ପାରିବେ । ଜୁଲାଇ ୩୧ରେ ଦ୍ୱିତୀୟ ପର୍ଯ୍ୟାୟ, ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ ଏବଂ ଅଗଷ୍ଟ ୧୪ରେ ଚୂଡ଼ାନ୍ତ ସିଟ ଆଲର୍ଟମେଣ୍ଟ ପ୍ରକ୍ରିୟା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ