Masthead

ବ୍ରାହ୍ମଣ କେନ୍ଦୁଗୁଡା ନିକଟରୁ  ବୃଦ୍ଧଙ୍କ ଶବ ଉଦ୍ଧାର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣ କେନ୍ଦୁଗୁଡା ନିକଟରୁ  ବୃଦ୍ଧଙ୍କ ଶବ ଉଦ୍ଧାର । ବୃଦ୍ଧ ଜଣକ ହେଉଛନ୍ତି ଜୟପାଟଣା ଥାନା ଅଧିନସ୍ଥ ଘେନୁଗୁଡା ଗ୍ରାମର ବୈଦ୍ୟନାଥ ଧଙ୍ଗଡା ମାଝୀ । ସେ ମଙ୍ଗଳବାର ଅପରାହ୍ନରେ ଶୌଚ ପାଇଁ ଯାଇଥିବା ବେଳେ କେନାଲ ପାଣିରେ ଗୋଡ ଖସିଯିବାରୁ ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ।

ଏନେଇ ପରିବାର ଲୋକ ଜୟପାଟଣା ଥାନାରେ ବୃଦ୍ଧଙ୍କ ନିଖୋଜ ନେଇ ଏକ ଏତଲା ଦେଇଥିଲେ। ବୁଧବାର ସକାଳେ ବ୍ରାହ୍ମଣ କେନ୍ଦୁଗୁଡା ଗ୍ରାମର କିଛି ଲୋକ କେନାଲରେ ଏକ ଶବ ଭାସୁଥିବା ଦେଖି ତୁରନ୍ତ କଲମପୁର ପୁଲିସ ଥାନା ଏବଂ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ