Masthead

ଅଲିମ୍ପିକ୍ସ ବ୍ରେକିଂ: ହକିରେ ବିଜୟରୁ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକିରେ ଭାରତର ଦମଦାର ବିଜୟ। ବିଜୟରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ଅଲିମ୍ପିକ୍ସରେ ଭାରତର ପ୍ରଥମ ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୩-୨ରେ ହରାଇଲା ଭାରତ । ଭାରତ ବିଜୟର ହିରୋ ରହିଥିଲେ ହରମନପ୍ରୀତ । ସେ ଦୁଇଟି ଗୋଲ ଦେଇଥିଲେ । ରୁପେନ୍ଦ୍ର ପାଲ ସିଂହ ଗୋଟିଏ ଗୋଲ ଦେଇଥିଲେ । ପ୍ରଥମ କ୍ୱାଟରରୁ ହିଁ ଦମଦାର ପ୍ରଦର୍ଶନ କରିଥିଲା ଭାରତ । ପ୍ରଥମ କ୍ୱାଟର ଶେଷ ବେଳକୁ ୧-୧ରେ ବାରବାର ଥିଲା । ଦ୍ୱିତୀୟ କ୍ୱାଟରରେ ଆଉ ଏକ ଗୋଲ ଦେଇଥିଲା ଭାରତ ।

ତୃତୀୟ କ୍ୱାର୍ଟରର ଆରମ୍ଭରୁ ହରମନପ୍ରୀତ ପେନାଲ୍ଟିର ଫାଇଦା ଉଠାଇ ଆଉ ଏକ ଗୋଲ ଦେଇ ୩-୧ରେ ଦଳକୁ ଆଗୁଆ କରିଥିଲେ । ହେଲେ ତୃତୀୟ କ୍ୱାର୍ଟର ଶେଷ ବେଳକୁ ପ୍ରଥମ ଫିଲ୍ଡ ଗୋଲ କରି ଆଉ ଏକ ଗୋଲ ଦେଇଥିଲା ନ୍ୟୁଜିଲାଣ୍ଡ , ଫଳରେ ମ୍ୟାଚ ୨-୩ ସ୍ତରକୁ ଆସିଥିଲା । ଶେଷ କ୍ୱାର୍ଟର ସୁଦ୍ଧା ଭାରତ ୩-୨ରେ ଆଗୁଆ ରହି ରୋମାଂଚକର ବିଜୟ ହାସଲ କରିଥିଲା । ଭାରତୀୟ ପୁରୁଷ ଦଳରେ ଅମିତ ରୋହିଦାଶ ଚୂଡାନ୍ତ ଦଳରେ ସ୍ଥାନ ପାଇଥିଲେ । ଏହା ସହିତ ଅମିତ ରୋହିଦାଶ ଅଲିମ୍ପିକ୍ସ ପଦାର୍ପଣ କରିଛନ୍ତି । ଆସନ୍ତାକାଲି ଭାରତୀୟ ପୁରୁଷ ହକି ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ପଡିଆକୁ ଓହ୍ଲାଇବ । ସେପଟେ ମହିଳା ଦଳର ଆଜି ଟୋକିଓରେ ଅଭିଯାନ ଆରମ୍ଭ କରିବ । ଭାରତୀୟ ମହିଳା ଦଳର ମୁକାବିଲା ନେଦରଲାଣ୍ଡ ସହିତ ରହିଛି । ଅପରାହ୍ନ ୫ଟା ୧୫ ମିନିଟରେ ଏହି ମ୍ୟାଚ୍ ଖେଳାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା