Masthead

ଓମ୍‌ ବିର୍ଲା ପୁଣି ହୋଇପାରନ୍ତି ଲୋକସଭା ବାଚସ୍ପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଓମ୍‌ ବିର୍ଲା ପୁଣି ହୋଇପାରନ୍ତି ଲୋକସଭା ବାଚସ୍ପତି । ବିର୍ଲା ପୁଣି ବାଚସ୍ପତି ହେବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି  । ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଓମ୍ ବିର୍ଲା । ଆଜି ଏନଡିଏ ବାଚସ୍ପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିବ। ଦିନ ୧୨ ସୁଦ୍ଧା ବାଚସ୍ପତି ପାଇଁ ନାମାଙ୍କନ ପତ୍ର ଦାଖଲ ହେବ। ପୁଣି ଥରେ ଓମ ବିର୍ଲା ଲୋକ ସଭାର ବାଚସ୍ପତି ହୋଇପାରନ୍ତି। ଓମ ବିର୍ଲାଙ୍କୁ ଟିଡିପି ସମର୍ଥନ କରିବ ବୋଲି ଜଣାପଡିଛି।

ତେବେ ବାଚସ୍ପତି ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମ ବିର୍ଲା ଭେଟିଥିବା ଖବର ସାମ୍ନାକୁ ଆସିଛି। ଯାହା ପରେ ସେ ପୁଣି ବାଚସ୍ପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ବାଚସ୍ପତି ପଦ ପାଇଁ ସହମତି ଜୁଟାଇବା ପାଇଁ ବିରୋଧୀ ନେତାଙ୍କ ସହ ରାଜନାଥ ସିଂ କଥା ହୋଇଛନ୍ତି। ବୁଧବାର ନୂଆ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବାଚସ୍ପତି ରେସ୍‌ରେ ଓମ୍‌ ବିର୍ଲା, ଭର୍ତ୍ତୁହରି ମହାତାବ, ରାଧାମୋହନ ସିଂ, ଡି.ପୁରନ୍ଦେଶ୍ୱରୀ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ