Masthead

ବିରୋଧୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବେ କି ନାହିଁ, ନିଷ୍ପତ୍ତି ଲୋକେ ନେବେ: ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡିଆ ମେଣ୍ଟ ବିନା ପ୍ରଧାନମନ୍ତ୍ରୀ ପ୍ରାର୍ଥୀରେ ନିର୍ବାଚନ ଲଢ଼ିବ। ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ, ସେକଥା ୨୦୨୪ ନିର୍ବାଚନ ପୂର୍ବରୁ ଘୋଷଣା କରିବାର କୌଣସି ଆବଶ୍ୟକ ନାହିଁ ବୋଲି ଏନସିପି ସୁପ୍ରିମୋ ଶରଦ ପାୱାର କହିଛନ୍ତି। ପୁଣେରେ ଶରଦ ପାୱାର ଏକଥା କହିବା ବେଳେ ପୂର୍ବରୁ ଘଟିଥିବା ଘଟଣାର ଉଦାହରଣ ମଧ୍ୟ ଦେଇଛନ୍ତି। ସେ କହିଛନ୍ତି, ଇଣ୍ଡିଆ ମେଣ୍ଟ ବିନା ପ୍ରଧାନମନ୍ତ୍ରୀ ଚେହେରାରେ ନିର୍ବାଚନ ଲଢ଼ିବ। ଏମିତି ଘଟଣା ୧୯୭୭ରେ ମଧ୍ୟ ଘଟିଥିଲା।

ମୋରାଜି ଦେଶାଇ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ରେସ୍‌ରେ ନଥିଲେ ଓ ବିରୋଧୀ ବିନା ପ୍ରଧାନମନ୍ତ୍ରୀ ଚେହେରାରେ ନିର୍ବାଚନ ଲଢ଼ିଥିଲା। ସାଧାରଣ ନିର୍ବାଚନ ପରେ ଗୋଟିଏ ନୂଆ ଦଳ ଗଠନ ହୋଇଥିଲା। ଏହାପରେ ଦେଶାଇ ପ୍ରଧାନମନ୍ତ୍ରୀ ହୋଇଥିଲେ। ତେଣୁ ୨୦୨୪ରେ ବିରୋଧୀ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବେ କି ନାହିଁ, ତା’ର ନିଷ୍ପତ୍ତି ଲୋକେ ନେବେ। ଲୋକମାନେ ପରିବର୍ତ୍ତନ ଚାହୁଁଥିଲେ ନିଜର ପକ୍ଷ ରଖିପାରିବେ। ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବାର ଆବଶ୍ୟକ ନାହିଁ।

ଆସନ୍ତା ବର୍ଷ ବିଜେପି ସହ ଲଢ଼େଇ କରିବାକୁ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ମେଣ୍ଟ ଗଠନ ହୋଇଥିଲେ ହେଁ ଏହାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ, ସେକଥା ଏଯାଏ ଘୋଷଣା ହୋଇନି। ନିକଟରେ ଇଣ୍ଡିଆ ମେଣ୍ଟର ବୈଠକ ବସିଥିଲା। ଏଥିରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ପ୍ରସ୍ତାବ ଆସିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ