Masthead

ଜୁନ ୧୨ରେ ବିରୋଧୀଙ୍କ ମହାବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ପାଟନାରେ ଜୁନ ୧୨ ରେ ବିଜେପି ବିରୋଧୀ ଦଳ ଗଠନ ପାଇଁ ଏକ ମହାବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମମତା ବାନାର୍ଜୀଙ୍କ ସମେତ ଅନ୍ୟ ବିରୋଧୀ ଦଳର ନେତାମାନେ ଅଂଶଗ୍ରହଣ କରିବେ। ଅଣଏନଡିଏ ମେଣ୍ଟର ରାଜନୈତିକ ଦଳଙ୍କୁ ନେଇ ୨୦୨୪ ନିର୍ବାଚନ ପାଇଁ ଏକଜୁଟ କରିବା ସହ ନିଜ ନିଜ ଭିତରେ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯିବ ।

ଜେଡିୟୁ ମୁଖପାତ୍ର ମନଜିତ ସିଂ ଏହି ସୂଚନା ଦେଇଛନ୍ତି । ଜୁନ ୧୨ ରେ ବିହାରରେ ଭାଜପା ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହେଉଛି। ସେହି ସଭାରେ ଯୋଗଦେବା ପାଇଁ ମମତା ବାନାର୍ଜୀ ୧୧ ତାରିଖ କୋଲକାତା ଛାଡି ପାଟନା ଅଭିମୁଖେ ଯାଉଛନ୍ତି।ପାଟଣାର ସମସ୍ତ ବିଜେପି ବିରୋଧୀ ରାଜନୈତିକ ଦଳ ଏହି ସଭାରେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ସେପଟେ ୨୦୨୪ ନିର୍ବାଚନ ପାଇଁ ବିରୋଧୀ ଦଳଙ୍କୁ ଏକଜୁଟ କରିବା ପାଇଁ ନୀତିଶ କୁମାର ଚେଷ୍ଟା ଚଳାଇଆସୁଛନ୍ତି ।

କିଛି ଦିନ ତଳେ ସେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ , ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମେ ୨୨ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦିଲ୍ଲୀରେ ସାକ୍ଷାତ କରିଥିଲେ ନୀତିଶ । ଆସନ୍ତା ୧୨ ତାରିଖରେ ପାଟନାରେ ମୋଦୀ ବିରୋଧୀଙ୍କ ବଡ ବୈଠକ ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ