ଦଶହରା, ଦୀପାବଳି ଓ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ମନା

ପୁରୀ(ଓଡ଼ିଶା ରିପୋର୍ଟର):   ପୁରୀରେ ଦଶହରା ଦିନ ସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ମନା । କିନ୍ତୁ ୨୦ ତାରିଖରେ ପଡୁଥିବା କୁମାରପୂର୍ଣ୍ଣିମା ଦିନ ଶ୍ରୀମନ୍ଦିର ଖୋଲା ରହିବ । ଭକ୍ତମାନେ ନିୟମ ଅନୁସାରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ତେବେ ବସିଥିବା ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଶ୍ରାମନ୍ଦିର ମୁଖ୍ୟ ପ୍ରଶାସନ ଡକ୍ଟର କ୍ରୀଶନ କୁମାର ଏ ନେଇ ସୂଚନା ଦେଇଛନ୍ତି ।

ସେହିପରି ଶ୍ରୀମନ୍ଦିର ସେବାୟତଙ୍କ ପାରମ୍ପାରିକ ବେଶଭୂଷା ଉପରେ ବୈଠକରେ ଆଲୋଚନା କରାଯାଇଛି । କୁମାରପୂର୍ଣ୍ଣିମାରୁ ସେବାୟତମାନେ ପାରମ୍ପାରିକ ବେଷରେ ଭିତରକାଠରୁ ଗର୍ଭଗୃହକୁ ଯାଇପାରିବେ । ଦୀପାବଳୀଠାରୁ ଶ୍ରୀମନ୍ଦିର କର୍ମଚାରୀମାନେ ସ୍ୱତନ୍ତ୍ର ବେଶପୋଷାକରେ ଶ୍ରୀମନ୍ଦିରକୁ ଯିବେ । ସେପଟେ ଅନନ୍ଦବଜାରରୁ କିଭଳି ଶୃଙ୍ଖଳାରେ ଭକ୍ତ ମହାପ୍ରସାଦ ପାଇପାରିବେ ତାହା ଉପରେ ଆଜିର ବୈଠକରେ ଆଲେଚନା ହୋଇଥିଲା । ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା କରିଡର ନିର୍ମାଣକୁ ଆନୁମୋଦନ ଦେଇଛି ଏନଏମଏ । ଶ୍ରାମନ୍ଦିର ଐଶାନ୍ୟ କୋଣରେ ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ କାର୍ଯ୍ୟର ଭୂମି ପୂଜନ କରିବେ । ତେବେ କୋଭିଡ ନିୟମ ଭିତରେ ଏହି ସବୁ କାର୍ଯ୍ୟକ୍ରମ ଆୟୋଜିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’