Masthead

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଉତ୍ତର ଭାରତରେ ଏହାକୁ ଲୋହରୀ କୁହାଯାଉଥିବା ବେଳେ ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତି ପାଇଁ ଆଜି ଘରେ ଘରେ ପ୍ରସ୍ତୁତ ହେବ ମକର ଚାଉଳ । ଠାକୁରଙ୍କ ପାଖରେ ଭୋଗ ଲଗାଇବା ସହ ମନ୍ଦିର ମାନଙ୍କରେ ମଧ୍ୟ ସ୍ୱତନ୍ତ୍ର ଆୟୋଜନ କରାଯାଉଛି । ମକର ସଂକ୍ରାନ୍ତି ସମୟରେ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆ ଫସଲ ଅମଳ ହୋଇଥାଏ । ତେଣୁ ଏହିଦିନ ନୂଆ ଧାନରୁ ପ୍ରସ୍ତୁତ ଅରୁଆ ଚାଉଳ, ଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର, ଗୋଲମରିଚ ଆଦି ମିଶାଇ ମକର ଚାଉଳ ପ୍ରସ୍ତୁତ ହୋଇଥାଏ ।

ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳିତ ହେଉଛି। ଶ୍ରୀଜିଉମାନଙ୍କୁ ଘଣ୍ଟ, ଛତା ମାଧ୍ୟମରେ ମକର ବେଢ଼ା କରାଯାଇ ମକର ଚାଉଳ ଭୋଗ କରାଯିବ। ମକର ସଂକ୍ରାନ୍ତି ଅବସରରେ ମକର ଚଉରାଶି ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀଜିଉଙ୍କ ଆଜିର ଏହି ବେଶରେ ମକର ଚୁଳ ଲଗାଯିବାର ପରମ୍ପରା ରହିଛି। ମକର ବେଢ଼ା ଓ ମକର ଚାଉଳ ଭୋଗ ହେବା ପାଇଁ ଏକ ବୃହତକାୟ ମକର ତାଡ଼ ହେବାର ପରମ୍ପରା ମଧ୍ୟ ରହିଛି। କୁମ୍ଭକାର ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ମକର ତାଡ଼କୁ ଅଲାମ ଚଣ୍ତି ମନ୍ଦିରରୁ ଶ୍ରୀମନ୍ଦିରକୁ ଏକ ବିରାଟ ଶୋଭାଯାତ୍ରାରେ ଗତକାଲି ନିଆଯାଇଥିଲା।

ଏହି ମାଟିତାଡ଼ ସାହାଯ୍ୟରେ ମହାପ୍ରଭୁଙ୍କ ପାଖରେ ଏହା ଭୋଗ କରାଯିବା ପରେ ଭକ୍ତଙ୍କୁ ବାଣ୍ଟି ଦିଆଯାଏ। ଠାକୁରଙ୍କୁ ମକର ଚାଉଳ ଓ ଧନୁମୁଆଁ ଭୋଗ ଅର୍ପଣ କରାଯିବ। ସଂକ୍ରାନ୍ତିରେ ମହାପ୍ରଭୁଙ୍କ ଅବକାଶ ନୀତି ବଢ଼ିଲେ ମହାପ୍ରଭୁଙ୍କ ବେଶ ଅନୁଷ୍ଠିତ ହେବ । ସକାଳ ଧୂପ ସରି ମହାସ୍ନାନ ନୀତି ହେବ । ଠାକୁରେ ନୂଆ ଲୁଗା, ଚୂଳମାଳ ଓ ୬ମୂର୍ତ୍ତି ଅଳଙ୍କାର ଲାଗି ହୋଇ ସ୍ୱତନ୍ତ୍ର ବେଶରେ ବିଭୂଷିତ ହେବେ । ଦ୍ୱିପହର ଧୂପରେ ରୋଷ ଘରୁ ଘଣ୍ଟା, ଛତି ଓ କାହାଳୀର ପଟୁଆରରେ ଯାତ୍ରା ଭୋଗ ଆସିବ । ଷୋଡ଼ଶ ଉପଚାରରେ ଶ୍ରୀବିଗ୍ରହଙ୍କୁ ମଣୋହି କରାଯିବ । ପରେ ଘଣ୍ଟଛତା ସହ ମକର ବେଢ଼ା, ଭୋଗ ଓ ବନ୍ଦାପନା ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼