Masthead

ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ, ଆଜି ବି ସରଗରମ ରହିପାରେ ଗୃହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ । ଆଜି ବି ସରଗରମ ରହିପାରେ ଗୃହ । ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ଗୃହ ସରଗରମ ରହିବ । ଉଭୟ ସରକାର ଓ ବିରୋଧୀଙ୍କ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ପ୍ରଥମ ଦିନରେ ରାଜ୍ୟପାଳ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ କରିଥିଲେ । ନବ ଦାସ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି କରିଥିଲା ।

ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଥିଲେ କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଥିଲେ । ତେବେ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ଆଜି ବି ଗୃହ ସରଗରମ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ