Before Header

ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ, ଆଜି ବି ସରଗରମ ରହିପାରେ ଗୃହ

0 36

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ । ଆଜି ବି ସରଗରମ ରହିପାରେ ଗୃହ । ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ଗୃହ ସରଗରମ ରହିବ । ଉଭୟ ସରକାର ଓ ବିରୋଧୀଙ୍କ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ପ୍ରଥମ ଦିନରେ ରାଜ୍ୟପାଳ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ କରିଥିଲେ । ନବ ଦାସ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି କରିଥିଲା ।

ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଥିଲେ କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଥିଲେ । ତେବେ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ଆଜି ବି ଗୃହ ସରଗରମ ରହିପାରେ ।

Leave A Reply

Your email address will not be published.