Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଓଢ଼ଣ ଷଷ୍ଠୀ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହୋଇଥାଏ ଓଢ଼ଣ ଷଷ୍ଠୀ ନୀତି। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ। ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇ ଘୋଡଲାଗି କରାଯିବାର ବିଧି ରହିଛି।

ଗତକାଲି ରାତିରୁ ଭୋଗମଣ୍ଡପ ପରେ ଅଧିବାସୀତ ହୋଇଥିବା ଘୋଡମାନଙ୍କୁ ଘଣ୍ଟ, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିତ କରାଇ ରତ୍ନସିଂହାସନକୁ ବିଜେ କରାଯିବ।ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯିବ। ଆଜି ବୁଧବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ଠାରେ ନୀଳ ରଙ୍ଗର ଘୋଡ଼ ଲାଗି ହେବ।ପରମ୍ପରା ଅନୁଯାୟୀ ମାର୍ଗଶିର ଶୁକ୍ଳ ଷଷ୍ଠୀ ତିଥି ଠାରୁ ଆରମ୍ଭ ହୋଇ ବସନ୍ତ ପଞ୍ଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି। ରବିବାରରେ ଲାଲ ରଙ୍ଗ, ସୋମବାର ଧଳାରେ ଧଳା ଛିଟା ମିଶା ଶୁକ୍ଳରଙ୍ଗ, ମଙ୍ଗଳବାର ବାର ପାଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ ,,ଶୁକ୍ରବାର ଦିନ ଠାକୁର ମାନେ ଧଳା ରଙ୍ଗର ଘୋଡ଼ ଓ ଶନିବାର ଦିନ କଳା ରଙ୍ଗର ଘୋଡ ପରିଧାନ କରିଥାନ୍ତି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀୟ ଲୀଳାକ୍ରମରେ ଶ୍ରୀଜୀଉ ମାନେ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ