Masthead

ପୁଣି ଥରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ବିଶ୍ବକପ ଫାଇନାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୁଣି ସେହି ରବିବାର, ପୁଣି ଏକ ବିଶ୍ବକପ ଫାଇନାଲ , ପୁଣି ଥରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ। ୨୦୨୩ ସିନିୟର ବିଶ୍ବକ ଫାଇନାଲର ବଦଲା ନେବାପାଇଁ ଭାରତକୁ ମିଳିଛି ଆଉ ଏକ ସୁଯୋଗ । ୨୦୨୩ ସିନିୟର ପୁରୁଷ ବିଶ୍ବକପ ଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିଥିଲା ଭାରତ ହେଲେ ସେଠାରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା ହେବାକୁ ପଡ଼ିଥିଲା ।

ତେବେ ଆସନ୍ତା ଫେବୃଆରୀ ୧୧ ତାରିଖ ରବିବାର ଦିନ ଅଣ୍ଡର-୧୯ ଦିନିକିଆ ବିଶ୍ବକପରେ ଟିମ ଇଣ୍ଡିଆ ପୁଣିଥରେ ଅଷ୍ଟ୍ରେଲିଆକୁ ଭେଟିବ। ଆଜି ପାକିସ୍ତାନ ବିପକ୍ଷ ସେମି ଫାଇନାଲକୁ ଅଷ୍ଟ୍ରେଲିଆ ବେଶ ରୋମାଞ୍ଚକର ଢଙ୍ଗରେ ଜିତି ଫାଇନାଲ ଟିକେଟ ହାତେଇଛି। ଦିନକ ପୂର୍ବରୁ ଭାରତ ୨ ୱିକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ନବମ ଥର ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ଅଷ୍ଟ୍ରେଲିଆ ୬ଷ୍ଠ ଥର ପାଇଁ ଫାଇନାଲ ଖେଳିବାକୁ ଯାଉଛି। ୨୦୧୮ରେ ଅଷ୍ଟ୍ରେଲିଆ ଶେଷ ଥର ପାଇଁ ଅଣ୍ଡର ୧୯ ବିଶ୍ୱକପ ଫାଇନାଲ ଖେଳିଥିଲା। ଉକ୍ତ ଫାଇନାଲରେ ଭାରତ ୮ ୱିକେଟରେ ଜିତି ଚାମ୍ପିୟନ ହୋଇଥିଲା।

ଏବେ ପୁଣିଥରେ ଫାଇନାଲରେ ଦୁଇ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି।ଭାରତ ଏଯାଏ ୮ଥର ଫାଇନାଲ ଖେଳିଥିବା ବେଳେ ୫ଥର ଚାମ୍ପିୟନ ହୋଇଛି। ଦଳକୁ ୩ଥର ରନର୍ସ ଅପରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ସେହିପରି ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିଶ୍ୱକପରେ ତିନି ଥର ବିଜୟ ହୋଇଥିବା ବେଳେ ୨ଥର ଫାଇନାଲରେ ହାରିବାକୁ ପଡ଼ିଛି । ତେବେ ଆସନ୍ତା ରବିବାର ହେବାକୁ ଥିବା ଫାଇନାଲ ମ୍ୟାଚରେ ଟିମ ଇଣ୍ଡିଆ ୨୦୨୩ ବିଶ୍ବକପର ବଦଲା ନେବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବ । ଦେଖିବାକୁ ବାକି ରହିଲା ସିନିୟରଙ୍କ ବଦଲା ଜୁନିୟର ନେଇପାରିବେ ନା ପୁଣି ଥରେ ଭାରତୀୟ ପ୍ରଶଂସକ ନିରାଶ ହେବେ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ